ମୁଖ୍ୟମନ୍ତ୍ରୀ ଙ୍କ ଲୋକପ୍ରିୟତା ଦେଖି ବିରୋଧୀ ଙ୍କ ମୁଣ୍ଡ କାମ କରୁନି :ଭିକେ ପାଣ୍ଡିଆନ

ମିଛର ସବୁ ସୀମା ଟପି ଯାଇଛି ବିଜେପି

ମୁଖ୍ୟମନ୍ତ୍ରୀ ଙ୍କ ଲୋକପ୍ରିୟତା ଦେଖି ବିରୋଧୀ ଙ୍କ ମୁଣ୍ଡ କାମ କରୁନି :ଭିକେ ପାଣ୍ଡିଆନ

ପୁରୀ : ବ୍ରହ୍ମଗିରି କେରାଣ୍ଡିଆ ପଡ଼ିଆରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର.ବିଜେପିର ମୁଖା ଖୋଲିଲେ ପାଣ୍ଡିଆନ,ସେମାନେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି, କୋଉଠି କ’ଣ କହୁଛନ୍ତି ଜାଣିପାରୁନାହାନ୍ତି,ପୁରୀ ମନ୍ଦିର କାମ ଏତେ ସୁନ୍ଦର ହୋଇଛି, ସେମାନେ ସହି ପାରୁନାହାନ୍ତି, କହୁଛନ୍ତି ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି, କିନ୍ତୁ ପ୍ରକୃତରେ ଖର୍ଚ୍ଚ ହୋଇଛି ମାତ୍ର ୩୫୦ କୋଟି ଟଙ୍କା ,ତାଙ୍କର ସବୁ ନେତା ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ, ଆସାମ ମୁଖ୍ୟମନ୍ତ୍ରୀ ବି କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ତା’ହେଲେ ଆସାମକୁ କ’ଣ କରିବେ ?

ଯୁଆଡ଼େ ଯାଉଛନ୍ତି, କହୁଛନ୍ତି-ଏକ ନମ୍ବର କରିବେ, କର୍ଣ୍ଣାଟକ, ତେଲେଙ୍ଗାନା, ମହାରାଷ୍ଟ୍ର ସବୁଠି କହୁଛନ୍ତି ସେହି ରାଜ୍ୟକୁ ଏକ ନମ୍ବର କରିବେ, ପ୍ରଥମେ ଆଗେ ନିଷ୍ପତ୍ତି କରନ୍ତୁ କେଉଁ ରାଜ୍ୟକୁ ଏକ ନମ୍ବର କରିବେ ? 15 ବର୍ଷ ହେଲା ଡବଲ ଇଞ୍ଜିନ ସରକାର ଥାଇ ଏପର୍ଯ୍ୟନ୍ତ ଗୁଜରାଟକୁ ଏକ ନମ୍ବର କରିପାରିଲେ ନାହିଁ,ସେମାନେ କେବଳ ଆପଣମାନଙ୍କୁ ଭୁଆଁ ବୁଲାଉଛନ୍ତି, ମିଛ ର ସବୁ ସୀମା ଟପି ଯାଇଛନ୍ତି, ମୁଖ୍ୟମନ୍ତ୍ରୀ ୯ କୋଟି ଟଙ୍କା ଖର୍ଚ୍ଚ କରି ଅଲାରନାଥ ମନ୍ଦିରର ରୂପାନ୍ତରଣ କରିଛନ୍ତି, ୫ କୋଟି ଖର୍ଚ୍ଚ କରି ବାଲିହରଚଣ୍ଡୀ ମନ୍ଦିରର ରୂପାନ୍ତରଣ କରିଛନ୍ତି, ନବୀନ ପଟ୍ଟନାୟକ ଜୁନ ୯ ତାରିଖ ଦିନ ଶପଥ ନେବା ପରେ ଆପଣମାନଙ୍କ ବିଜୁଳି ବିଲ ଛାଡ଼୍‍ କରିବେ, ତା’ପରେ ସମସ୍ତଙ୍କୁ ବି.ଏସ୍‍.କେ.ୱାଇରେ ସାମିଲ କରିବେ, ତା’ପରେ ମିଶନ ଶକ୍ତି ସଭ୍ୟ ଓ କର୍ମୀମାନଙ୍କୁ ପେନ୍‍ସନ ଦେବେ, ବିଜେପି ମଧ୍ୟ କହୁଛି ମାଗଣା ବିଜୁଳି ଦେବ, ଆପଣ ୫୦ ହଜାର ଟଙ୍କା ଦେବେ, ତା’ପରେ ସୂର୍ଯ୍ୟକିରଣରୁ ପାଇବେ ବିଜୁଳି, କେବଳ ଦିନରେ ଲଣ୍ଠନ ଦେଖେଇବା ଛଡ଼ା ଆଉ କିଛି ଜାଣନ୍ତି ନାହିଁ,ଓଡ଼ିଶାରେ କେବଳ ନବୀନବାବୁଙ୍କ ବିଜୁଳି ଚାଲିବ,ଆପଣମାନେ ନବୀନ ବାବୁଙ୍କୁ ଆଶୀର୍ବାଦ କରନ୍ତୁ, ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରି ରେକର୍ଡ ସୃଷ୍ଟି କରନ୍ତୁ ,