ରଥଯାତ୍ରା ଲାଗି ଗଡିବ OSRTC ର ସ୍ୱତନ୍ତ୍ର ବସ

ପ୍ରତି ବ୍ଲକ ଓ ହେଡ଼ କ୍ଵାଟରରୁ ପୁରୀ କୁ ଗଡିବ ବସ

ରଥଯାତ୍ରା ଲାଗି ଗଡିବ OSRTC ର ସ୍ୱତନ୍ତ୍ର ବସ

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ବାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ OSRTC ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମରେ ପ୍ରଥମ ବୈଠକରେ ସମୀକ୍ଷା କରିଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ପରିବେଶ ପାଇଁ ଏଣିକି ଚାଲିବ ଇଲେକ୍ଟ୍ରି ବସ୍ । ପୁରୁଣା ବସ୍ ସେବା ସଠିକ ଭାବେ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯିବ । ଭାରତର ବିଭିନ୍ନ ତୀର୍ଥକ୍ଷେତ୍ର ଅଯୋଧ୍ୟା, ତିରୁପତି, ବୃନ୍ଦାବନ, ବାରାଣସୀ ଭଳି ଜାଗାକୁ ଚାଲିବ ବସ୍ । ରାଜ୍ୟରେ ଯେଉଁସବୁ ସ୍ଥାନ ଅପହଞ୍ଚ ରହିଛି ସେଠାରେ ମଧ୍ୟ ବସ୍ ସେବା ଯୋଗାଇଦେବା ନେଇ ମିଟିଂରେ ଆଲୋଚନା ହୋଇଥିଲା । ମାଛକୁଣ୍ଡରୁ ଭୁବନେଶ୍ୱର, ବାଲିଗୁଡାରୁ କଟକ, ଉମେରକୋଟରୁ ବିଶାଖାପାଟଣା ଭଳି ଜାଗାକୁ ବସ୍ ଚଳାଚଳ କରିବ । ପ୍ରଧାନମନ୍ତ୍ରୀ ଇଲେକ୍ଟ୍ରି ବସ୍ ସେବା ଆରମ୍ଭ ହୋଇଯାଇଛି ଆମ ଓଡ଼ିଶା ଭାଗରେ ମଧ୍ୟ ଏହି ସେବାର ସୁବିଧା ମିଳିବ। କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁସାରେ 15 ବର୍ଷରୁ ପୁରୁଣା ବସ୍ କୁ ସ୍କାର୍ପକୁ ଦିଆଯିବ । ଆଗକୁ ଇଲେକ୍ଟ୍ରି ବସ୍ ଅଧିକ ଚଳାଚଳ କରାଯିବ । ବର୍ତ୍ତମାନ ଲକ୍ଷ୍ମୀବସ୍ କୁ ନେଇ ଚାଲିଛି ତର୍ଜ୍ଜମା । ନାଁ ରେ କିଛି ନାହିଁ ସେବା ମିଳିବା ଆବଶ୍ୟକ ବୋଲି ସୂଚନା ଦେଇଛନ୍ତି ପରିବହନ ବିଭାଗ ମନ୍ତ୍ରୀ ।